୧୫ ଫେବୃଆରୀ ୨୦୨୬ [ଆ.ଦୁ.ନି] ବିଧାନ ସଭା ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ସନ୍ଥ କବି ଭୀମ ଭୋଇଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛନ୍ତି

ସନ୍ଥକବି ଭୀମ ଭୋଇ ୧୮୫୦ମଧୁପୁର -୧୮୯୫ ଖଲିଆପାଲିର ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନା ମାଧମ୍ୟରେ ମାନବ ସମାଜକୁ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ “ସନ୍ଥ କବି” ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ
“ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ’
ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ତାଙ୍କର ଭଜନ, ଜଣାଣ ଓ ଗୀତ ମାଧ୍ୟମରେ ସେ ମହିମା ଧର୍ମର ପ୍ରଚାର କରିଥିଲେ । ସମକାଳରେ ମହିମାଧର୍ମ ସଂକ୍ରାନ୍ତରେ କୌଣସି ପ୍ରାମାଣିକ ଗ୍ରନ୍ଥ ନଥିଲା । ତାଙ୍କ ନିଜ ରଚନା ଅନୁଯାୟୀ ଜଣେ ଅଲେଖ ମହିମା ଗୋସାଇଁ ତାଙ୍କୁ ମହିମା ଧର୍ମ ବା ଅଲେଖ ଧର୍ମର ପ୍ରଚାର କରିବାପାଇଁ ଆଦେଶ ଦେଇଥିଲେ । ମହିମା ଗୋସାଇଁଙ୍କଦ୍ୱାରା ଅନୁପ୍ରାଣିତ ହୋଇ ସେ ସୁବର୍ଣ୍ଣପୁର ଜିଲ୍ଲାର | ସତ୍ୟ ମହିମା ଧର୍ମର ବିକାଶରେ ମୁଖ୍ୟ ଭୂମିକା ନିଭାଇଥିଲେ
