- ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ତଦନ୍ତ କମିଟି ଗଠନ, ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ – ମୁଖ୍ୟମନ୍ତ୍ରୀ
- ପାଠ୍ୟପୁସ୍ତକରେ ଭୁଲ୍କୁ ନେଇ ମୁଖ୍ୟମନ୍ତ୍ରୀ ଗମ୍ଭୀର, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର ୧୭ ଜୁନ୍ ୨୦୨୬ [ଆ.ଦୁ.ନି] ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।
ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।
